ପାଟନା : ଆସନ୍ତା ଅକ୍ଟୋବର-ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଭଳି ଏକ ପରିସ୍ଥିତିରେ ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)କୁ ଏକ ବଡ଼ ଧରଣର ଝଟକା ଲାଗିଛି। ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହ ଗୁରୁବାର ଦଳରୁ ଇସ୍ତଫା ଦେଇଛନ୍ତି। ସ୍ୱାସ୍ଥ୍ୟ ଖରାପ ଥିବାରୁ ସେ ବର୍ତ୍ତମାନ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ସେ ଆରଜେଡିରୁ ଇସ୍ତଫା ଦେଇଥିବା ସଂପର୍କରେ ନିଜେ ହସ୍ପିଟାଲରେ ଥାଇ ଘୋଷଣା କରିଛନ୍ତି।
ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ଡାକ୍ତରମାନେ ରଘୁବଂଶ ପ୍ରସାଦଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ସମସ୍ତ ଚେକଅପ୍ କରାଯାଉଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି । ଏହି ୭୪ ବର୍ଷ ବୟସ୍କ ରାଜନେତା କିଛି ମାସ ପୂର୍ବରୁ କରୋନା ସଂକ୍ରମିତ ହୋଇଥିଲେ। ପାଟନା ଏମ୍ସରେରେ ଚିକିତ୍ସା ପରେ ସେ ସୁସ୍ଥ ହୋଇ ପରେ ଘରକୁ ଫେରିଥିଲେ। କିନ୍ତୁ ସେ ଦୁର୍ବଳ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଏବେ ମଧ୍ୟ ସେ ସଂମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାନ୍ତି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0