spot_img

ଦେଶରେ ଦିନକରେ ସର୍ବାଧିକ ୯୬,୫୫୧ କରୋନା ଆକ୍ରାନ୍ତ ଚିହ୍ନଟ, ୧,୨୦୯ ମୃତ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୯୬,୫୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପ୍ଟେମ୍ବର ୧୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୫,୬୨,୪୧୪ ଜଣ କୋରନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ବାକି ୭୬,୨୭୧ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତୁ୍ୟ ଘଟିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୩,୪୮୦ ରହିଛି । ସେପଟେ ୨୪ ଘଣ୍ଟାରେ ୧,୨୦୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular