ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୯୪,୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପ୍ଟେମ୍ବର ୧୩ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୭,୫୪,୩୫୬ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୭,୦୨,୫୯୫ ଜଣ ସୁସ୍ଥ ହୋଇଥିବା ବେଳେ ୭୮,୫୮୬ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତୁ୍ୟ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୯୪,୩୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୭୩,୧୭୫ ରିହିଛି । ୨୪ ଘଣ୍ଟାରେ ୧,୧୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।



Visitors Today : 0
Total Visitors : 130181
Total Views : 9891632
Visitors Online Now : 0