spot_img

ରାଜ୍ୟରେ ୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା,ଆଜି ୫୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୦୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।


ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୩, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ୱର ଜିଲ୍ଲାରୁ ୨୮, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀର ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨୯, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୫୬, ଜଗତସିଂହପୁର ଜିଲ୍ଲାରୁ ୧୭, ଯାଜପୁର ଜିଲ୍ଲାରୁ ୧୬, ଝାରସୁଗୁଡ଼ା ଜିଲ୍ଲାରୁ ୧, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୩୭, ମୟୂରଭଞ୍ଜ ଜିଲ୍ଲାରୁ ୧୪, ନବରଙ୍ଗପୁର ଜିଲ୍ଲାରୁ ୭, ନୟାଗଡ଼ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ରାୟଗଡ଼ା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ରାଜ୍ୟରେ ମୋଟ୍ ୬୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୭ ରହିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular