spot_img

ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ରହିବ ପାଗ 

ଭୁବନେଶ୍ୱର: ଆଜି ଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ସୀମାନ୍ତବର୍ତ୍ତୀ ଜିଲ୍ଲାର କିଛି ସ୍ଥାନକୁ ଛାଡ଼ି ଦେଲେ ରାଜ୍ୟରେ ବର୍ଷା ସମ୍ଭାବନା କ୍ଷୀଣ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲି (ସୋମବାର) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ବି ଉକ୍ତ ଅଞ୍ଚଳରେ ରହିଛି । କିନ୍ତୁ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଏଥିଯୋଗୁଁ ଦକ୍ଷିଣ ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟର ବାକି ସ୍ଥାନରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରରେ ସ୍ୱଳ୍ପ ବର୍ଷା ହୋଇପାରେ । କିନ୍ତୁ ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ବିକାନେର୍‌, ଜୟପୁର, ସାଗର, ଦୁର୍ଗ ହୋଇ ଦକ୍ଷିଣରୁ ଦକ୍ଷିଣ ଆଡ଼କୁ ଗତି କରି ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟର କେନ୍ଦ୍ର ଦେଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି । ଫଳରେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି । ଏଣୁ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଯାହା ବି ବର୍ଷା ହେବ, ତାହାର ପରିମାଣ ସ୍ୱାଭାବିକଠାରୁ କମ୍‌ ରହିବ । ପାଗ ପ୍ରାୟତଃ ଶୁଖିଲା ଓ ଖରାଟିଆ ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ- ଭୁବନେଶ୍ୱରର ପାଗ ଆଂଶିକ ମେଘାଚ୍ଛନ୍ନ ରହିବ । କାଁ ଭାଁ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular