ଆଜି ରାଜ୍ୟରେ କରୋନା ଦୁଇଟି ଦୁଇଟି ବଡ ରେକର୍ଡ କରିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ନୂତନ ଆକ୍ରାନ୍ତ ଚିହ୍ନଟ ହେବା ପରେ ରେକର୍ଡ ସଂଖ୍ୟାରେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ରେକର୍ଡ ୪୨୭୦ ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟିଥିଲା। ହେଲେ ସନ୍ତୋଷର କଥା ଏହି ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ୪୧୨୧ କୋଭିଡ୍-୧୯ ପଜିଟିଭ୍ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଏ ପର୍ଯ୍ୟନ୍ତ ଆରୋଗ୍ୟକାରୀଙ୍କ ସଂଖ୍ୟା ୧ ଲକ୍ଷ ୨୯ ହଜାର ୮୫୯କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବୁଧବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛନ୍ତି।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0