ନୂଆଦିଲ୍ଲୀ: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଜ୍ୟମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ନିଜ ଟ୍ୱିଟର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ପ୍ରହଲ୍ଲାଦ ପଟେଲ ଟ୍ୱିଟ କରି ଲେଖିଛନ୍ତି, ‘ଗତକାଲି ରାତିରେ ମୋର କରୋନା ରିପୋର୍ଟ ପଜିଟିଭ ଆସିଛି । ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ହୋମ କ୍ୱାରେଣ୍ଟାଇନରେ ରୁହନ୍ତୁ ।’ ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ଅନେକ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରି, ଧର୍ମେନ୍ଦ୍ର ପ୍ରଧାନ, ଅର୍ଜୁନ ରାମ ମେଘବାଲ, ଗଜେନ୍ଦ୍ର ସିଂହ ଶେଖାବତ କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି । ଅନ୍ୟପଟେ ଗୃହମନ୍ତ୍ରୀ ଅମିତ ଶାହାଙ୍କର ରୋଗ ଠିକ ହୋଇଯାଇଥିଲେ ମଧ୍ୟ ତାଙ୍କର କୋଭିଡ଼ ଚିକିତ୍ସା ଚାଲୁଅଛି । ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ବୁଧବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନିତିନ ଗଡ଼କରୀ କହିଥିଲେ କି ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି, ସେ ବର୍ତ୍ତମାନ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0