ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିବାର ଖବର ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ ଉକ୍ତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ।ମିଳିଥିବା ସୂଚନା ଅନୁଯାୟୀ ଆଜି ଭୋର୍ ସମୟରେ ଖୋର୍ଦ୍ଧାର ଭରତପୁର ନିକଟରେ ଏକ ବୋଲେରୋରେ ବିପୁଳ ପରିମାଣର ଗଞ୍ଜେଇ ଚେରାଚାଲାଣ ହେଉଥିବାର ଖବର ମିଳିଥିଲା।ଏହାପରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ଉକ୍ତ ବୋଲେରୋରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯିବା ସହ ଏହି ମାମଲାରେ ଜଣଙ୍କୁ ଗିରଫ କରାଯାଇଥିବାର ସୂଚନା ଦିଆଯାଇଛି। ଉକ୍ତ ବୋଲେରୋଟି ଖୋର୍ଦ୍ଧା-କଟକ ବାଇପାସରେ ଯିବାର ଯୋଜନା କରିଥିବାର ଖବର ମିଳିଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0