spot_img

ପ୍ରବଳ ବର୍ଷିବ…୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଆସନ୍ତା ୨୦ ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ଓ ୨୧ରେ ରାଜ୍ୟରେ ପ୍ରବଳ ବର୍ଷିବ ।

୨୦ ତାରିଖରେ ରାଜ୍ୟର ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।  ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, କଟକ, ଦେବଗଡ଼ ଓସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular