ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ଏହି ୪୧୦୧ ଜଣ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩୭୫୬୭କୁ ବୃଦ୍ଧି ଘଟିଛି । ସୁସ୍ଥ ହୋଇଥିବା ଏହି ୪୧୦୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି। ସେହିଭଳି କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗିରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୂଆପଡାରୁ ୧୧୨, କନ୍ଧମାଳରୁ ୧୦୨ ଜଣ, ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ଵରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡରୁ ୪୭, ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେବଗଡରୁ ୧୦ ରୋଗୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।



Visitors Today : 2
Total Visitors : 130224
Total Views : 9891698
Visitors Online Now : 0