spot_img

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨ ଲକ୍ଷ ପାର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସାରା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ପାର ହୋଇ ୫୨ ଲକ୍ଷ ୧୪ ହଜାର ୬୭୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୯୬ ହଜାର ୪୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତାହା ସହିତ ୧୧୭୪ ଜଣଙ୍କର ମୃତ୍ୟୁ ଘଟିଛି । ଏହି ୧୧୭୪ ଜଣଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨ରେ ପହଞ୍ଚିଛି । ସେହିପରି ଭାବେ ମର୍ତ୍ତମାନ ସୁଦ୍ଧା ମୋଟ ୪୧ ଲକ୍ଷ ୧୨ ହଜାର ୫୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ୧୧୦ ଲକ୍ଷ ୧୭ ହଜାର ୭୫୪ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସୂଚନା ମୁତାବକ, ଦେଶର ମୋଟ ୫ଟି ରାଜ୍ୟରେ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଗୁଡ଼ିକ ହେଉଛି, ତାମିଲନାଡ଼ୁ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶରେ ଅଧିକ ସକ୍ରିୟ ମାମଲା ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular