ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୨୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫୯୨ରେ ପହଞ୍ଚିଛି ।ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୩୮୪ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୮୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୦୭୪ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୪୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୬୮ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0