spot_img

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା , ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୫ଟି ଜିଲ୍ଳାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୫ଟି ଜିଲ୍ଳା ହେଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର ଓ ଢେଙ୍କାନାଳ । ସେହିପରି ୧୦ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର , କଳାହାଣ୍ଡି, ସୋନପୁର, ଓ ବଲାଙ୍ଗୀରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଉ ୭ଟି ଜିଲ୍ଲା ତଥା ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ବରଗଡ, କୋରାପୁଟ, ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ନଯିବାକୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular