ଭୁବନେଶ୍ୱର: ଉତ୍ତରଦକ୍ଷିଣ ସମୁଦ୍ର ପତନ ଠାରୁ ୪.୫ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଏକ ଟ୍ରଫ୍ ଲାଇନ୍ ପୂର୍ବ ଉତ୍ତରପ୍ରଦେଶରୁ ଦକ୍ଷିଣ ଓଡ଼ିଶା ଉପର ଦେଇ ଛତିଶଗଡ଼ ପର୍ୟ୍ୟନ୍ତ ଗତିଶୀଳ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଉତ୍ତର ଉପକୂଳ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ।



Visitors Today : 2
Total Visitors : 130302
Total Views : 9891805
Visitors Online Now : 1