spot_img

ଭୁବନେଶ୍ୱରରୁ ଆଜି ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୦୯।୦୭: ଆଜି ରାଜ୍ୟରେ ୭୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଭୁବନେଶ୍ୱରରୁ ୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୫ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୦ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦୨ରେ ପହଞ୍ଚିଛି । କରୋନାରୁ ୩୦୮ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କ ମୃତ୍ୟୁ ହୋଇସାରିଛି । ସେହିପରି ୨୮୬ଟି ଆକ୍ଟିଭ୍ କେସ୍ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି

ଅନ୍ୟପଟେ ଭୁବନେଶ୍ୱରରୁ ଆଜି ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ତେବେ ରାଜଧାନୀରେ ମୋଟ୍ ୬୦୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୦୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୨୮୬ଟି ମାମଲା ସକ୍ରିୟ ଥିବାବେଳେ ବର୍ତ୍ତମାନ ସୁଦ୍ଧା ରାଜଧାନୀରୁ ମୋଟ୍ କରୋନା ମୃତ୍ୟୁ ୭ରେ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular