spot_img

ଆଜି ରାଜ୍ୟରେ ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୫୬୫ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଗଞ୍ଜାମରୁ ୧୮୫, ରାୟଗଡ଼ାରୁ ୮୫, ବଲାଙ୍ଗୀରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ଼ରୁ ୨୪, ସୁନ୍ଦରଗଡ଼ରୁ ୨୪, ଅନୁଗୁଳରୁ ୨୩, ବାଲେଶ୍ୱର ଏବଂ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡ଼ାରୁ ୧୦ ଏବଂ ଗଜପତି, ଝାରସୁଗୁଡ଼ା, ନବରଙ୍ଗପୁରରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୭ ଜଣ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୭ ଜହାର ୯୭୨ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular