କଳାହାଣ୍ଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜି ପଞ୍ଚାୟତ କୁଲାନାଳ ଗାଁରେ ଘଟିଛି ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଲାଞ୍ଜି ପଞ୍ଚାୟତ କୁଲାନାଳ ଗାଁର କିଛି ଯୁବକ ସାଙ୍ଗ ହୋଇ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ । ଜଙ୍ଗଲରୁ କାଠ ସଂଗ୍ରହ ବେଳେ ହଠାତ୍ ମହୁମାଛି ଆକ୍ରମଣ କରିଥିଲା । ଫଳରେ ମହୁମାଛିଙ୍କ ଆକ୍ରମଣରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇ ମୋଡିକାଲରେ ଭର୍ତ୍ତି ହୋଇଛନ୍ତି । ମୃତ ଦୁଇ ଭାଇ ଘାସି ମାଝୀ ଓ ଡମେ ମାଝୀ । ଗୁରୁତର କବି ମାଝୀ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0