spot_img

ଆଗାମୀ ୧ ଓ ୨ ତାରିଖରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ପୁଣି ବର୍ଷା । ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଭଦ୍ରକ, ବାଲେଶ୍ୱର, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡା, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଜିଲ୍ଲାକୁ ଆଜି ପାଇଁ ଆଲର୍ଟ କରାଯାଇଛି । ଗତ କିଛିଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଏବେ ଆଗକୁ ବର୍ଷାର ସମ୍ଭାବନ ରହିଛି ବୋଲି ମଧ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଆଗାମୀ ୧ ଓ ୨ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here

- Advertisment -

Most Popular