spot_img

ରାଜଧାନୀରୁ ଆଉ ୩୪୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୦ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୩୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୬ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular