ଭୁବନେଶ୍ଵର – ଗତ କିଛି ଦିନ ହେବ ରାଜ୍ୟରେ ଆକ୍ରାନ୍ତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। କେଇ ଦିନ ହେବ ନୂତନ ସଂକ୍ରମିତଙ୍କ ସଂଖ୍ୟା ଚାରି ହଜାରରୁ କମ ରହୁଛି। ଆଶ୍ଵସ୍ତିକର କଥା ସଂପ୍ରତି ସୁସ୍ଥହାର ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୩୮୦ କୋଭିଡ୍-୧୯ ପଜିଟିଭ୍ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୯୦ ହଜାର ୮୦ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଗୁରୁବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ଯେଉଁଭଳି ନୂତନ ରୋଗୀ ଚିହ୍ନଟ ହେଉଛନ୍ତି ସେହି ଅନୁସାରେ ଆକ୍ରାନ୍ତ ସୁସ୍ଥ ମଧ୍ୟ ହେଉଛନ୍ତି। ଏହି ୨୪ ଘଣ୍ଟାରେ ଜିଲ୍ଲାରୁ ୭୭୦ ଜଣ କରୋନାମୁକ୍ତ ହୋଇଛନ୍ତି। ଏହି ପରି ଦ୍ଵିତୀୟରେ ରହୁଥିବା କଟକ ଜିଲ୍ଲାରୁ ୫୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଗତସିଂହପୁରରୁ ୨୩୩, ସୁନ୍ଦରଗଡରୁ ୨୩୩, ଯାଜପୁରରୁ ୧୯୮, ପୁରୀରୁ ୧୯୨, ଝାରସୁଗୁଡାରୁ ୧୬୮, ମୟୂରଭଞ୍ଜରୁ ୧୫୫, ବରଗଡରୁ ୧୩୫, କେନ୍ଦ୍ରାପଡାରୁ ୧୨୪, ବାଲେଶ୍ଵରରୁ ୧୨୨, ଅନୁଗୁଳରୁ ୧୧୯, ସମ୍ବଲପୁରରୁ ୧୧୩, ନୟାଗଡରୁ ୧୦୩, କଳାହାଣ୍ଡିରୁ ୧୦୨ ଜଣ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି।ସେହିପରି ଢେଙ୍କାନାଳରୁ ୯୦, ନବରଙ୍ଗପୁରରୁ ୮୨, ନୂଆପଡାରୁ ୭୬, ସୋନପୁରରୁ ୭୫, କେନ୍ଦୁଝରରୁ ୭୨, କନ୍ଧମାଳରୁ ୬୧, ଭଦ୍ରକରୁ ୬୦, କୋରାପୁଟରୁ ୫୩, ବଲାଙ୍ଗିରରୁ ୪୯, ମାଲକାନଗିରିରୁ ୪୬, ଗଞ୍ଜାମରୁ ୪୨, ରାୟଗଡାରୁ ୪୨, ବୌଦ୍ଧରୁ ୩୮, ଦେବଗଡରୁ ୨୦ ଓ ଗଜପତି ଜିଲ୍ଲାରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୬୧୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୭୩୪କୁ ବୃଦ୍ଧି ଘଟିଛି। ଏଥିରୁ ୧ ଲକ୍ଷ ୯୦ ହଜାର ୮୦ ରୋଗୀ କରୋନାରୁ ଆରୋଗ୍ୟ ହୋଇଛନ୍ତି। ହେଲେ ଆଜି ସର୍ବାଧିକ ୧୭ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯ରେ ପହଞ୍ଚିଛି।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0