spot_img

ମାଲକାନଗିରିରେ ମାଓ ହିଂସା, ଜାଳିଦେଲେ ବିଏସଏନଏଲ ଟାୱାର

ମାଲକାନଗିରି : ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲା ଅନ୍ତର୍ଗତ ଏରାବୋର ଗାଁରେ ମାଓହିଂସା । ପ୍ରାୟ ୧୫ ଜଣ ସଶସ୍ତ୍ର ନକ୍ସଲ ଏରାବୋର ଗାଁରେ ପହଞ୍ଚି ବିଏସଏନଏଲ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡି ଦେଇଛନ୍ତିି । ଟାୱାର ପୋଡିବାପରେ ରାଜ ରାସ୍ତା ଉପରେ ପଥର ଓ ମାଓ ପୋଷ୍ଟର ରଖି ରାସ୍ତା ଅବରୋଧ କରିଥିଲେ ।

ଶୁକ୍ରବାର ସକାଳେ ସିଆରପିଏଫ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକୁ ହଟାଇଛନ୍ତି । ମାଲକାନଗିରି ଜିଲ୍ଲା ମୋଟୁ ସୀମାନ୍ତଠାରୁ ମାତ୍ର ଦୁଇ କିଲୋମିଟର ଦୂର ଜାତୀୟ ରାଜପଥ ଉପରେ ମାଓବାଦୀମାନେ ଏହି ହିଂସାକାଣ୍ଡ ଘଟାଇଛନ୍ତି । ଯାହାକୁ ନେଇ ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ମାଲକାନଗିରି ଏସପି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular