ଜଳେଶ୍ୱର: ବାଲେଶ୍ୱର ଜିଲ୍ଲାର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ ଓ ସୁଲେଖକ ଡ. କାର୍ତ୍ତିକେଶ୍ୱର ପାତ୍ରଙ୍କର ଗତକାଲି ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ୱର ନିଆଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ନିକଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ରାଜ୍ୟରେ ଜଣେ ପ୍ରବୀଣ କଂଗ୍ରେସ ନେତା ଭାବେ ପରିଚିତ। ସୂଚନା ଅନୁଯାୟୀ, ତିନି ଚାରି ଦିନ ହେବ କାର୍ତ୍ତିକେଶ୍ୱର ଜ୍ୱରରେ ପୀଡିତ ହୋଇଥିଲେ। ଗତକାଲି ତାଙ୍କର କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଥିଲା। ସନ୍ଧ୍ୟାରେ ସେ ଅଚାନକ ଅଧିକ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ନିଆଯାଉଥିଲା। ସାଙ୍ଗରେ ତାଙ୍କ ପତ୍ନୀ ପୂର୍ବତନ ବିଧାୟିକା ଉମାରାଣୀ ପାତ୍ର ଏବଂ ଏକମାତ୍ର ପୁତ୍ର ଦେବାଶିଷ ପାତ୍ର ମଧ୍ୟ ଥିଲେ।



Visitors Today : 0
Total Visitors : 130423
Total Views : 9891953
Visitors Online Now : 0