spot_img

ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଧନୁପାଲି ଥାନ ଅଞ୍ଚଳରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ, ମୋତିଝରଣ ଅଞ୍ଚଳରେ ଜଣେ କୁଖ୍ୟାତ ଅପରାଧୀ ବିଳମ୍ବିତ ରାତ୍ରିରେ ନିକଟସ୍ଥ ଖେତିପଡା ଅଞ୍ଚଳକୁ ଯାଇ ଜଣଙ୍କୁ ମାରପିଟ କରିବା ସହ ଫାଙ୍କା ଗୁଳି ଚାଳନା କରିଥିଲା । ଗୁଳିଚାଳନାରେ ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା ।

ଘଟଣାସ୍ଥଳରୁ ଗୁଳିର ଖୋକା ଜବତ କରିବା ସହ ଅପରାଧୀକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ପୂର୍ବ ଶତ୍ରୁତା ଯୋଗୁଁ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି । ତେବେ ଧନୁପାଲି ଥାନାରେ ଏନେଇ ଏକ ମାମଲା ରୁଜୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular