ଭୁବନେଶ୍ୱର : ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ବିପଦମୁକ୍ତ ବୋଲି ଟ୍ୱିଟ କରି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି । ବିଳମ୍ବିତ ରାତିରେ ବାକିଥିବା ଗ୍ୟାସକୁ ବାହାର କରାଯାଇଛି । ଆଇଓସିଏଲ୍ ଅଧିକାରୀ ଫାଟିଥିବା ଗ୍ୟାସ ଟାଙ୍କିକୁ ଖାଲି କରିଦେଇଛନ୍ତି ବୋଲି ଅଗ୍ନିଶମ ଡିଜି ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି । ପେଟ୍ରୋଲ ପମ୍ପରେ ଥିବା ଏଲ୍ପିଜି ଟାଙ୍କି ବିସ୍ଫୋରଣରୁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଜଣ ଅତି ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିଲେ। ପାଖାପାଖି ୩୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ଏଣେ ଦୁଇ ଆହତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ଆଜି ଭୋର ସମୟରେ ମୃତ୍ୟୁ ଘଟିଛି। ଏନେଇ ଏସସିବି ମେଡକାଲ ପକ୍ଷରୁ ସୂଚନା ଦିଆଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0