ଭୁବନେଶ୍ୱର ୧୩ ।୦୭: ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।
Regret to inform the demise of six Covid positive patients while under treatment in hospitals.
1. A 45-year old Male of Ganjam district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 13, 2020
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଗଞ୍ଜାମରୁ ୪୩ , ଖୋର୍ଦ୍ଧାରୁ ୧୦, କଟକରୁ ୭, ପୁରୀରୁ ୨, କେନ୍ଦୁଝରରୁ ୧, ଭଦ୍ରକରୁ ୧, ଯାଜପୁରରୁ ୧, ଅନୁଗୁଳରୁ ୧, ଗଜପତିରୁ ୧, ରାୟଗଡ଼ାରୁ ୧, ବରଗଡ଼ରୁ ୧ ଓ ସୁନ୍ଦରଗଡ଼ରୁ ୧ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଜି ୬୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛ। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୮୯୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0