ବାଲେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ଏବେ ଚିନ୍ତାର କାରଣ ପାଲଟିଥିବା ବେଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜଳେଶ୍ୱର ମ୍ୟୁନିସିପାଲଟିକୁ ସମ୍ପୂର୍ଣ୍ଣ ସଟ୍ଡାଉନ୍ ଘୋଷଣା କରାଯାଇଛି।ଆଜି ସନ୍ଧ୍ୟା ୫ଟାରୁ ଶୁକ୍ରବାର ସକାଳ ୫ଟା ଯାଏ ଘୋଷଣା କରାଯାଇଛି।

ଏହି ସମୟରେ ଜରୁରୀ ସେବା ବ୍ୟତୀତ ଆଉ ସମସ୍ତ ଦୋକାନ, ବଜାର ବନ୍ଦ ରହିଛି। ଗତକାଲି ଜଳେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଥିବା ଜଣାପଡିଛି।



Visitors Today : 8
Total Visitors : 130581
Total Views : 9892137
Visitors Online Now : 0