spot_img

ଜୁଲାଇ ୩୧ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ ,ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା

ଜୁଲାଇ ୩୧ ତାରିଖ ସୁଦ୍ଧା ବାହାରିପାରେ ଦଶମ ଶ୍ରେଣୀ ପରୀକ୍ଷା ଫଳ । ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ତେବେ ମାଟ୍ରିକ୍ ଖାତା ଦେଖା ସରିଥିବା ବେଳେ ଟାବୁଲେସନ ଚାଲିଛି । ଖୁବ ଶୀଘ୍ର ରେଜଲ୍ଟ ତାରିଖ ଘୋଷଣା କରାଯିବ ବୋଲି ଆଜି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ୧୦୦୦ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular