ଭୁବନେଶ୍ୱର : ଓଡିଶାରେ ହେବାକୁ ଥିବା ଉପ–ନିର୍ବାଚନ ଲାଗି ବିଜେପି ଆଜି ତାର ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ୱର ସଦର ପାଇଁ ଦିଗଙ୍ଗତ ବିଜେପି ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସ କୁମାର ଦତ୍ତ ପ୍ରାର୍ଥୀ ହୋଇଛନ୍ତି। ଠିକ୍ ସେହିପରି କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଥିବା ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି।
ମାନସ ଦତ୍ତ ଓ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି । ଆସନ୍ତା ନଭେମ୍ବର ୩ରେ ଏହି ୨ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ ।
ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0