spot_img

ଚିକିତ୍ସା ଅବହେଳାରୁ ନବଜାତ ଶିଶୁର ମୃତ୍ୟୁ

ବାଲେଶ୍ୱର : ଚିକିତ୍ସା ଅବହେଳା ଯୋଗୁଁ ନବଜାତ ଶିଶୁର ମୃତ୍ୟୁ । ଶିଶୁର ମୃତ୍ୟୁକୁ ନେଇ ବାଲେଶ୍ୱର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ବାଲେଶ୍ୱର ଜିଲ୍ଲା ଅଳନ୍ଦାଶାର ଗାଁର ଜୟଶ୍ରୀ ବାରିକଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ କିନ୍ତୁ ଜନ୍ମର ଘଣ୍ଟାଏ ପରେ ଶିଶୁର ମୃତ୍ୟୁ ହୋଇଥିଲା । ଏନେଇ ପରିବାର ଲୋକ ମେଡିକାଲ କତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଏପରି ହୋଇଥିବା ଅଭିଯୋଗ କରିବା ସହ ଲେବର ରୁମ ଆଗରେ ଧାରଣା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular