ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ୧୪ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୧ରୁ ୧୨ ତାରିଖ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୧୩ରୁ ୧୪ ତାରିଖ ମଧ୍ୟରେ ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ସମୟରେ ସତର୍କ ରହିବାକୁ କୁହାଯାଇଛି।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0