ଭୁବନେଶ୍ୱର : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ ପ୍ରାର୍ଥୀ କରିଛି ।
ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି ତରଫରୁ ବାଲେଶ୍ୱର ସଦରର ପ୍ରାର୍ଥୀ ହୋଇଛନ୍ତି ମାନସ କୁମାର ଦତ୍ତ । ସେହିପରି ତିର୍ତ୍ତୋଲ ପାଇଁ ବିଜେପି ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି ସୂଚନାଯୋଗ୍ୟ, ନଭେମ୍ବର ତିନି ତାରିଖରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ। ନଭେମ୍ବର ୧୦ ତାରିଖରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ। କରୋନା କଟକଣା ମଧ୍ୟରେ ମତଦାନ କରିବେ ଭୋଟର ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0