ଯାଜପୁର: ଯାଜପୁରର ହାବେଳୀ ବଜାର ନିକଟରେ ଥିବା ଦୁଇଟି ଗୋଦମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଅଫିସ ଷ୍ଟେସନାରି ଏବଂ କାଗଜ ଜଳି ପାଉଁଶ ହୋଇଯାଇଛି।
ଆଜି ଭୋର ସମୟରେ ଗୋବିନ୍ଦ ତ୍ରିପାଠୀଙ୍କ ଅଫିସ ଷ୍ଟେସନାରି ଦୁଇଟି ଗୋଦାମ ଘରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଏହାଫଳରେ ଲକ୍ଷାଧିକ ଟଙ୍କାର ଅଫିସ ଷ୍ଟେସନାରି ଏବଂ କାଗଜ ଜଳି ପାଉଁଶ ହୋଇଯାଇଛି। ଘଟଣା ସଂପର୍କରେ ଖବର ପାଇ ଯାଜପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0