spot_img

ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି

ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୭ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ , ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular