ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୧୭ଟି ଜିଲ୍ଲାକୁ ହାଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାୟଗଡା, ଯାଜପୁର, ସୋନପୁର, ମୟୁରଭଞ୍ଜ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ୱର ଓ କଟକରେ ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଉପକୂଳ ଜିଲ୍ଲାଗୁଡିକ ଓ ଆଭ୍ୟନ୍ତରୀଣ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ବାକି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଉପକୂଳ ଓଡିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଗଜପତି ଜିଲ୍ଲା ମୋହନାରେ ସର୍ବାଧିକ ୧୪୨.୦ ମିମି ବର୍ଷା ରେକର୍ଡ କରାଯାଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0