spot_img

କୋଇଲା ଦୁର୍ନୀତି ମାମଲା: ୨୬ କୁ ଘୁଞ୍ଚିଲା ଦଣ୍ଡ ଶୁଣାଣି

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ୧୯୯୯ ଝାଡଖଣ୍ଡ କୋଇଲା ଖଣି ଦୁର୍ନୀତି ମାମଲା । ଆସନ୍ତା ୨୬ କୁ ଘୁଞ୍ଚିଲା ଦିଲ୍ଲୀପ ରାୟଙ୍କ ଦଣ୍ଡବିଧାନ ଶୁଣାଣି ହେବ । ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ ଏନେଇ ରାୟ ଶୁଣାଇଛନ୍ତି । ୨୬ ରେ ସମସ୍ତ ଦୋଷୀଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦେଶ ଦେବା ସହ କରୋନା ପାଇଁ ସମସ୍ତ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି ବିଚାରପତି ଭରତ ପରାଶର ।
କୋଇଲା ଦୁର୍ନୀତିରେ ପ୍ରଥମ ଥର ପାଇଁ ଜଣେ ପୂର୍ବତନ ମନ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ୧୯୯୯ ମସିହାରେ ଝାଡ଼ଖଣ୍ଡର ଏକ କୋଲବ୍ଲକର ଆବଣ୍ଟନରେ ଅନିୟମିତତା ହୋଇଥିବା ଅକ୍ଟୋବର ୬ରେ ସ୍ବତନ୍ତ୍ର ବିଚାରପତି ଭରତ ପରାଶର ତାଙ୍କ ରାୟରେ ଦର୍ଶାଇଥିଲେ । ସେତେବେଳେ କେନ୍ଦ୍ରରେ ଶାସନ କରୁଥିବା ଏନଡିଏ ସରକାରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲୀପ ରାୟ । ଏହି ଦୁର୍ନୀତି ମାମଲାରେ ତାଙ୍କର ସଂପୃକ୍ତି ସଂପର୍କରେ ସିବିଆଇ ତଦନ୍ତ କରୁଥିଲା ଓ ଏହି ତଦନ୍ତ ଆଧାରରେ ସ୍ବତନ୍ତ୍ର ସିବିଆଇ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।
ସୂଚନାଯୋଗ୍ୟ, ୧୯୯୯ରେ ଦିଲୀପ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବାବେଳେ କାଷ୍ଟ୍ରନ ଟେକନଲୋଜିକୁ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମଡିହ କୋଇଲା ବ୍ଲକ ଆବଣ୍ଟନ କରାଯାଇଥିଲା । ଏହି ଆବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆସିବା ପରେ ସିବିଆଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ଦିଲୀପଙ୍କ ସମେତ କୋଇଲା ମନ୍ତ୍ରାଳୟର ତତ୍କାଳୀନ ଅତିରିକ୍ତ ସଚିବ ପ୍ରଦୀପ ବାନାର୍ଜୀ, ଓଏମସି ଉପଦେଷ୍ଟା (ପ୍ରକଳ୍ପ) ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ ଟେକନଲୋଜିର ନିର୍ଦ୍ଦେଶକ ମହେନ୍ଦ୍ର ଅଗ୍ରଓ୍ବାଲଙ୍କୁ ମଧ୍ୟ ଅଦାଲତ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ।
ଏ ସମସ୍ତଙ୍କ ବିରୋଧରେ ସିବିଆଇ ତଦନ୍ତ କରି ଆଇପିସିର ଧାରା ୧୨୦-ବି (ଅପରାଧିକ ଷଡଯନ୍ତ୍ର), ଧାରା ୪୨୦ (ପ୍ରତାରଣା) ଏବଂ ଧାରା ୪୦୯ (ବିଶ୍ବାସର ଅପରାଧିକ ଉଲ୍ଲଂଘନ)ରେ ଚାର୍ଜଫ୍ରେମ କରିଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular