ତିର୍ତ୍ତୋଲ: ତିର୍ତ୍ତୋଲ ବିଧାନସଭା ଆସନ ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ସହ ବିଶାଳ ରାଲିରେ ଯାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜୟ । ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ପୂର୍ବରୁ ଦଳୀୟ କାମରେ ବାପାଙ୍କୁ ସହଯୋଗ କରୁଥିବା ବେଳେ ଏବେ ସକ୍ରିୟ ଭାବେ ନେତୃତ୍ୱ ନେବାକୁ ପ୍ରସ୍ତୁତ ହୋଇଛନ୍ତି । ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସେ ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ଦର୍ଶନ କରିଥିଲେ ।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0