ଭୁବନେଶ୍ୱର, ୧୪।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୨୮୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ୫୪୩ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳି ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୮୮ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୨ଜଣ ଚିହ୍ନଟ ୮ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୨୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୨୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୪୭୨୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0