spot_img

ଖୋଲିବ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ଭୁବନେଶ୍ୱର: ବଲାଙ୍ଗୀର ଓ କୋରାପୁଟରେ ଖୋଲିବ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଆଞ୍ଚଳିକ କାର୍ଯ୍ୟାଳୟ । ଏ ନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଏହାକୁ ମିଶାଇ ସାରା ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ମୋଟ ୧୪ଟି ଆଞ୍ଚଳିକ କାର୍ଯ୍ୟାଳୟ କାର୍ଯ୍ୟ କରିବ ବୋଲି ବିଭାଗୀୟ ସୁତ୍ରରୁ ଜଣାପଡ଼ିଛି। ବଲାଙ୍ଗୀର ଆଞ୍ଚଳିକ କାର୍ୟ୍ୟାଳୟ ଅଧୀନରେ ସୁବର୍ଣ୍ଣପୁର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ରହିବ। ସେହିପରି କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାଗୁଡ଼ିକ କୋରାପୁଟ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଅଧୀନରେ କାର୍ଯ୍ୟ କରିବ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular