ଭୁବନେଶ୍ବର : କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଓ ୨୦ ତାରିଖରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରିଛି କେନ୍ଦ୍ର।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0