spot_img

ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ୟ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ୟ୍ୟ ବୁଲି ଦେଖିଥିଲେ। ଏହାପରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ । ଏହାପରେ ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାର ଗଣମାଧ୍ୟମକୁ ଶ୍ରୀମନ୍ଦିରର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ହୋଇଥିବା ପ୍ରକାଶ କରିଥିଲେ। ଏଥିସହ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ସବୁ କାର୍ୟ୍ୟ ସମାପିତ ହେବ। ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ୫-ଟି ସଚିବ ଭି.କେ. ପାଣ୍ଡିୟାନ୍, ପୁରୀ ଜିଲ୍ଲାପାଳ, ଏସପି ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular