ଭୁବନେଶ୍ୱର: ଆସନ୍ତା କାଲି ଆସୁଛି ଆଉ ଏକ ଲଘୁଚାପ । ପ୍ରଭାବରେ ୩ ଦିନ ଧରି ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ଏନେଇ ଜିଲ୍ଲାପାଳମାନଙ୍କୁ ସଜାଗ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଅନେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଉପକୂଳ ଓଡ଼ିଶାର ଅନେକ ସ୍ଥାନ, ଉତ୍ତର ଉପକୂଳର ଅଳ୍ପ କିଛି ଅଞ୍ଚଳ ସମେତ ରାୟଗଡ଼ା, ମାଲକାନଗିରି, କନ୍ଧମାଳ, କୋରାପୁଟ ଏବଂ ଢେଙ୍କାନାଳରେ ବର୍ଷା ସମ୍ଭାବନା ଅଛି ।ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଏବଂ ଢେଙ୍କାନାଳ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0