ଭୁବନେଶ୍ୱର:ରାଜ୍ୟର ସ୍ବୀକୃତିପ୍ରାପ୍ତ ଆଇନଜୀବୀ ସଂଘ ଗୁଡିକର କର୍ମକର୍ତ୍ତା ନିର୍ବାଚନ ଡିସେମ୍ବର ୧୫ ତାରିଖ ସୁଦ୍ଧା ଅନୁଷ୍ଠିତ ହେବ। ଏ ନେଇ ପଦକ୍ଷେପ ନେବା ପାଇଁ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦକୁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ଶେଷ ସୁଦ୍ଧା ନିର୍ବାଚନ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ଫଳାଫଳ ଘୋଷଣା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ସମସ୍ତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0