spot_img

୬ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହେବା ପରେ, ଆଜି ଏହା ଅବପାତର ରୂପ ନେଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଏବଂ କ୍ରମେ ଉତ୍ତର ଏବଂ ଉତ୍ତର- ପୂର୍ବ ଦିଗରେ ଗତି କରିବ । ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳ ଜିଲ୍ଲାରେ ବର୍ଷା ଲାଗି ରହିବ । ଏନେଇ ଆଜି ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ । ଏହି ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ଅବପାତ ପାଇଁ ପୁରୀ ଓ ଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular