ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ମକୁନ୍ଦବିନ୍ଧା ନିକଟରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆଜି ସକାଳେ ଦୁର୍ଘଟଣା ଗ୍ରସ୍ତ କାରଟି ଏହି ରାସ୍ତାରେ କଟକ ଅଭିମୁଖେ ଯାଉଥିବା ବେଳେ ଟ୍ରକଟି ପାଣିକୋଇଲି ଅଭିମୁଖେ ଯାଉଥିଲା। କାରଟି ଅନ୍ୟ ଏକ ଗାଡ଼ିକୁ ଓଭରଟେକ କରି ଯାଉଥିବା ବେଳେ ଟ୍ରକ ସହ ମୁହାଁମୁହିଁ ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କାରରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଦୁଇ ଆହତଙ୍କୁ ଯାଜପୁର ଜିଲତଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0