ରାଜ୍ୟରୁ କାଲି ସୁଦ୍ଧା ଫେରିଯିବ ମୌସୁମୀ । ଓଡ଼ିଶାରୁ ମୌସୁମୀ ଫେରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ବଙ୍ଗୋପସାଗରରେ ଅବପାତ ଏବେ ପାରାଦୀପଠାରୁ ଉତ୍ତର-ପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ସକ୍ରିୟ ରହିଛି । ଏହା ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତିକରି ଆଜି ସାଗର-ଦ୍ଵୀପପୁଞ୍ଜ ଏବଂ ବାଂଲାଦେଶର ଖେପୁପାରାଠାରେ ସୁନ୍ଦରବନ ଅଞ୍ଚଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର-ଓଡ଼ିଶା ଉପକୂଳ ଜିଲ୍ଲା ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରୁ ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରୁ ପ୍ରଥମେ ଫେରିବ। ୨ଦିନ ଭିତରେ ସାରା ରାଜ୍ୟରୁ ମୌସୁମୀ ଫେରିଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0