ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଅନୁଗୁଳ, ବାଲେଶ୍ବର, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ପୁରୀ, ମାଲକାନଗିରି,ବରଗଡ଼,ଗଜପତି, ଗଞ୍ଜାମ ଓ କେନ୍ଦୁଝର ଜଣେ ଲେଖାଏଁ ସଂକ୍ରମିତ ଆଖିବୁଜିଛନ୍ତି।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0