spot_img

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି

LEAVE A REPLY

Please enter your comment!
Please enter your name here

- Advertisment -

Most Popular