ଭୁବନେଶ୍ୱର: ଆଜି ପବିତ୍ର ଦଶହରା । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ବିଜୟାଦଶମୀ । କରୋନା କଟକଣା ଭିତରେ ଚାଲିଛି ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ଆଜି ବିଜୟା ଦଶମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ ଜରିଆରେ, ରାଜ୍ୟବାସୀଙ୍କୁ ପବିତ୍ର ବିଜୟା ଦଶମୀ ତଥା ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମା’ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0