ଭୁବନେଶ୍ବର : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0