spot_img

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

LEAVE A REPLY

Please enter your comment!
Please enter your name here

- Advertisment -

Most Popular